କଟକରୁ କମୁଛି କରୋନା

 କଟକରୁ କମୁଛି କରୋନା

କଟକ: ଆଜି କଟକ ସହରରୁ ମୋଟ ୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୫ ଜଣ ଓ ସ୍ଥାନୀୟ ଅଂଚଳରୁ ୨୪ ଜଣ ଅଛନ୍ତି। କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସରକାରୀ ସଂଗରୋଧରୁ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୫ ଜଣ ପୁରୁଷ ଓ ୪ ଜଣ ମହିଳା ଅଛନ୍ତି। ସେହିପରି ଗୃହସଂଗରୋଧରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪ ଜଣ କଣ୍ଟେନମେଣ୍ଟ ରୋଡ, ଜୋବ୍ରା ଓ ଶିଖରପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି।

 

Related post

News in English