ମାଲକାନଗିରି: ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍ ଜାତୀୟ ରାଜପଥ ୩୨୬ ଚମ୍ପାଖାରି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍ଟି ଓଲଟି ପଡ଼ିବା ଫଳରେ ୭ ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଗୁରୁତରଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।ସୂଚନା ଅନୁସାରେ, ବସ୍ଟି ୨୭ ଜଣ ଶ୍ରମିକଙ୍କୁ ନେଇ ସୋନପୁରରୁ ତାମିଲନାଡୁ ତ୍ରିଚୁର ଜିଲ୍ଲା ଅଭିମୁଖେ ଯାତ୍ରା କରୁଥିଲା। ଏହି ସମୟରେ ବସ୍ଟି ଚମ୍ପାଖାରି ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା।