ଗୀତ ଗାଇଲେ ବିଧାୟକ ସୁର ରାଉତରାୟ ।

 ଗୀତ ଗାଇଲେ ବିଧାୟକ ସୁର  ରାଉତରାୟ ।

କଟକ: ପ୍ରଥମ ଥର ପାଇଁ ଗୀତ ଗାଇଲେ ଜଟଣୀର କଂଗ୍ରେସ ବିଧାୟକ ସୁର ରାଉତରାୟ , ତାହା ପୁଣି ରାପ । ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଜାପାନୀ ଭାଇଙ୍କ ସଙ୍ଗୀତ ନିର୍ଦେଶନା ରେ ଆଜି କଟକର ମିଲନ ଷ୍ଟଡ଼ିଓରେ ଏହି ଗୀତ ରେକର୍ଡ କରାଯାଇଛି । ନିଜର ବେଫିକର ଅନ୍ଦାଜ଼, ବିତର୍କିତ ବୟାନବାଜି, ନିଜସ୍ୱ ନିଆରା ଶୈଳୀ ସାଙ୍ଗକୁ କୌତୁକିଆ ମିଜାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହି ଆସିଥିବା ଶ୍ରୀ ରାଉତରାୟ ଏ ଗୀତର କିଛି ରାପ ଅଂଶ ଗାଇଛନ୍ତି। ଅରମାନ ମ୍ୟୁଜିକ ପ୍ରଯୋଜିତ ଏ ଗୀତଟିକୁ ଲେଖିଛନ୍ତି ତପୁ ନାୟକ ।ସୁରଙ୍କ ସହିତ ଏହି ଗୀତରେ କଣ୍ଠଦାନ କରିଛନ୍ତି ଲୋପାମୁଦ୍ରା ନାୟକ ଓ ଜ୍ୟୋତିର୍ମୟୀ । ନେତା ମାନେ ଗାୟକ ଭୂମିକାରେ ଉପନୀତ ହେବା କିଛି ନୂଆ କଥା ନୁହେଁ । ସୁରଙ୍କ ପୂର୍ବରୁ ବିଧାୟକ ତାରାପ୍ରସାଦ ବାହିନୀପତି ମଧ୍ୟ ଗୀତ ଗାଇ ଚର୍ଚ୍ଚାରେ ରହିସାରିଛନ୍ତି । ଏ ଗୀତର ଶୀର୍ଷକ ‘ରଙ୍ଗବତୀ.. ‘ ରଖାଯାଇଥିଲେ ମଧ୍ୟ ପ୍ରସିଦ୍ଧ ସମ୍ବଲପୁରୀ ରଙ୍ଗବତୀ ଗୀତ ସହିତ ଏହାର କୌଣସି ସମ୍ପର୍କ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଲୋକଙ୍କ ପ୍ରିୟ ଓ ପସନ୍ଦର ସଙ୍ଗୀତ ନିର୍ଦ୍ଦେଶକ ଭାବେ ଜଣାଶୁଣା ଜାପାନୀ ଭାଇ । ଅନ୍ୟପଟେ ତାଙ୍କର ନିଷ୍ଠାପର ସେବା, ପରୋପକାରୀ ମନୋଭାବ ଓ ଲୋକଙ୍କ ପ୍ରତି ଥିବା ଶ୍ରଦ୍ଧା ଓ ସମ୍ମାନ ପାଇଁ ଲୋକେ ତାଙ୍କୁ ଯେପରି ଭଲପାଇବା ଦେଇ ଆସିଛନ୍ତି ଏ ଗୀତକୁ ମଧ୍ୟ ସେପରି ଭଲପାଇବା ଦେବେ ବୋଲି ଆଶା ବାନ୍ଧିଛନ୍ତି ।

 

Related post

News in English